ଓଡ଼ିଶାରେ କରୋନା ନେଲା ୧୧ ଜୀବନ: ୫ଶହ ଟପିଲା କୋଭିଡ ମୃତ୍ୟୁ
ଭୁବନେଶ୍ବର:-ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୩୦୨୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ଆଜି ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ଆଜି ରାଜ୍ୟରେ ଆଉ ୧୧ ଜଣଙ୍କ ଜୀବନ ନେଲା ମହାମାରୀ କରୋନା। ସଂପୃକ୍ତ ମୃତଙ୍କ ମଧ୍ୟରେ ଖୋର୍ଦ୍ଧା, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, ରାୟଗଡ଼ା, କଟକରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।