ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ
ଭୁବନେଶ୍ୱର ;-ଆଜି ଅପରାହ୍ଣ ୪ଟାରେ ପ୍ରକାଶ ପାଇବ ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗର ପରୀକ୍ଷା ଫଳ ପ୍ରକାଶ ପାଇବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଉଭୟ ବିଭାଗର ପରୀକ୍ଷାଫଳକୁ ଉନ୍ମୋଚନ କରିବେ।
ଏହାପରେ ଛାତ୍ରଛାତ୍ରୀ www.orissaresults.nic.in ଓ୍ୱେବ୍ ସାଇଟ୍ ରେ ସେମାନଙ୍କ ରୋଲ୍ ନମ୍ବର ଓ ଆବଶ୍ୟକ ତଥ୍ୟ ଦେଇ ପରୀକ୍ଷା ଫଳ ଜାଣିପାରିବେ । ଚଳିତ ବର୍ଷ ୨ ଲକ୍ଷ ୨୭ ହଜାର ଛାତ୍ରଛାତ୍ରୀ କଳା ବିଭାଗରେ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ବିଭାଗରେ ୮ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।