ରାଜ୍ୟରେ ଆଉ ୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ଆଜି ସୁଦ୍ଧା ଜୀବନ ହାରିଲେଣି ୫୪୬
ଭୁବନେଶ୍ବର:- ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୪୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।୮ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୪ ଜଣ, ଖୋର୍ଦ୍ଧା, କୋରାପୁଟ , ରାୟଗଡ଼ା ଓ ସୁନ୍ଦରଗଡ଼ରୁ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୪୦୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୬୫୮ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୩୭୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୫୩୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୦୯୮୪୦୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।