ରାଜ୍ୟରେ ଆଉ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ, ଜୀବନ ହାରିଲେଣି ୫୫୬
ଭୁବନେଶ୍ବର:-ରାଜ୍ୟରେ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୩ ଜଣ । ବାଲେଶ୍ୱର, ଖୋର୍ଦ୍ଧା, କଟକ, କଳାହାଣ୍ଡି, କୋରାପୁଟ , ନୟାଗଡ଼ ଓ ରାୟଗଡ଼ାରୁ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୮୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୯୧୯ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୬୩୬୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୫୫୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୧୪୩୫୬୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।