ବନ୍ଧୁକ ମୁନରେ ବ୍ୟାଙ୍କରୁ ଲୁଟିନେଲେ ୨ ଲକ୍ଷ ୮୦ ହଜାର
ଭୁବନେଶ୍ୱର,:-କମିଶନରେଟ୍ ପୋଲିସକୁ ଖୁଲମଖୁଲା ଚ୍ୟାଲେଞ୍ଜ୍ । ବ୍ୟାଙ୍କ ଭିତରେ ପଶି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ରାଜଧାନୀ ଭୁବନେଶ୍ୱର ଇନଫୋସିଟି ଥାନା ଅନ୍ତର୍ଗତ ଆଇଓବିରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ ।
ଦୁର୍ବୃତ୍ତମାନେ ବ୍ୟାଙ୍କରେ ପଶି ବନ୍ଧୁକ ଦେଖାଇ କର୍ମଚାରୀଙ୍କୁ ଭୟଭୀତ କରିଥିଲେ । ଏହାପରେ ସେମାନେ ପ୍ରାୟ ୨ ଲକ୍ଷ ୮୦ ହଜାର ଟଙ୍କା ଲୁଟି ନେଇଥିଲେ ।
ଘଟଣାସ୍ଥଳରେ ଇନଫୋସିଟି ଥାନା ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି ।