ରାଜ୍ୟରେ କରୋନା ନେଲା ଆଉ ୧୩ ଜୀବନ, ମୃତ୍ୟୁସଂଖ୍ୟା ୫୬୯କୁ ବୃଦ୍ଧି

ଭୁବନେଶ୍ବର:– ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ିବାରେ ଲାଗିଛି । ଏବେ ପୂରା ଓଡ଼ିଶାକୁ ଏମିତି ଭୟ ଘାରିଛି। ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୩୪୯୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ଆଜି ୧୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୬୯ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆଜି ଓଡିଶାରେ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ସଂପୃକ୍ତ ମୃତକଙ୍କ ମଧ୍ୟରୁ ପୁରୀରୁ ୩ ଜଣ, ଗଞ୍ଜାମ,ମୟୂରଭଞ୍ଜ, ଓ ରାୟଗଡ଼ାରୁ ୨ ଜଣ ଲେଖାଏଁ,ଖୋର୍ଦ୍ଧା କଟକ, କନ୍ଧମାଳ ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

Leave a Reply

Your email address will not be published. Required fields are marked *