ରାଜ୍ୟରେ ଚିହ୍ନଟ ହେଲେ ରେକର୍ଡ ୪୨୭୦ କରୋନା ସଂକ୍ରମିତ,୧୬୨୯୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର:- ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୨୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬୨୯୨୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୭୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୯୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୬୨୯୨୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬୪୭୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୫୭୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୬୭୭୭୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *