ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ,
ଭୁବନେଶ୍ବର ;–ରାଜ୍ୟରେ୨୪ ଘଣ୍ଟା ମଧ୍ୟରେ୧୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।୧୩ ମୃତକଙ୍କ ମଧ୍ୟରୁ ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ଲେଖାଏଁ ଆକ୍ରାନ୍ତ ଥିବା ବେଳେ ଗଜପତି ଜିଲ୍ଲାରୁ ୨ ଜଣ, ବାଲେଶ୍ବର, କଟକ ଓ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୬୭୧୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬୫୮୦ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୯୮୫୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୬୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୬୧୯୬୦୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।