ବାଲେଶ୍ବର:-ବାଲେଶ୍ବର ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ହୋଇପାରନ୍ତି ଓଡିଆ ସିନେଷ୍ଟାର ଅରିନ୍ଦମ୍ ରାୟ । ଏନେଇ ଚର୍ଚ୍ଚା ଜୋର ଧରିଛି । ବାଲେଶ୍ବର ଜିଲ୍ଲା ବିଜେଡି ସଭାପତି ତଥା ପୂର୍ବତନ ସାଂସଦ ରବିନ୍ଦ୍ର ଜେନାଙ୍କ ସମ୍ପର୍କୀୟ ହେଉଛନ୍ତି ଅରିନ୍ଦମ୍ । ସେଥିପାଇଁ ଦଳୀୟ କର୍ମୀ ଅରିନ୍ଦମଙ୍କ ନାଁ ନେଇ ଚର୍ଚ୍ଚା କରୁଛନ୍ତି ।