ରାଜ୍ୟରେ ଚିହ୍ନଟ ହେଲେ ୪୨୩୭ କରୋନା ସଂକ୍ରମିତ, ୧୯୨୫୪୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର:-ରାଜ୍ୟରେ୨୪ ଘଣ୍ଟା ମଧ୍ୟରେ ୪୨୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୨୫୪୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୮୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୫୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧୦ଜଣ, ବାଲେଶ୍ବର ଜିଲ୍ଲାରୁ ୧୬୧ଜଣ, ବରଗଡ଼ ଜିଲ୍ଲାରୁ ୧୨୧ଜଣ, ଭଦ୍ରକ ଜିଲ୍ଲାରୁ ୧୩୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୭ଜଣ, ବୌଦ୍ଧ ଜିଲ୍ଲାରୁ ୪୩ଜଣ, କଟକ ଜିଲ୍ଲାରୁ ୫୭୭ଜଣ, ଦେଓଗଡ଼ ଜିଲ୍ଲାରୁ ୨୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୦ଜଣ, ଗଜପତି ଜିଲ୍ଲାରୁ ୪୨ଜଣ, ଗଞ୍ଜାମ ଜିଲ୍ଲାରୁ ୭୧ଜଣ, ଜଗତସିଂହପୁର ଜିଲ୍ଲାରୁ ୧୭୩ଜଣ, ଯାଜପୁର ଜିଲ୍ଲାରୁ ୨୦୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୦୫ଜଣ, କଳାହାଣ୍ଡି ଜିଲ୍ଲାରୁ ୫୭ଜଣ, କନ୍ଧମାଳ ଜିଲ୍ଲାରୁ ୫୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪୮ଜଣ, କେନ୍ଦୁଝର ଜିଲ୍ଲାରୁ ୪୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୪୭ଜଣ, କୋରାପୁଟ ଜିଲ୍ଲାରୁ ୮୯ଜଣ, ମାଲକାନଗିରି ଜିଲ୍ଲାରୁ ୪୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୭୦ଜଣ, ନୟାଗଡ଼ ଜିଲ୍ଲାରୁ ୫୦ଜଣ, ନୂଆପଡ଼ା ଜିଲ୍ଲାରୁ ୧୧୫ଜଣ, ପୁରୀ ଜିଲ୍ଲାରୁ ୨୧୯ଜଣ, ରାୟଗଡ଼ା ଜିଲ୍ଲାରୁ ୫୧ଜଣ, ସମ୍ବଲପୁର ଜିଲ୍ଲାରୁ ୧୧୧ଜଣ, ସୋନପୁର ଜିଲ୍ଲାରୁ ୧୩୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୧ଜଣ, ଷ୍ଟେଟ ପୁଲ୍‌ରୁ ୧୬୯ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୯୨୫୪୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୫୪୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୫୩୨୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୦୫୭୩୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *