ରାଜ୍ୟରେ କରୋନା ନେଲା ଆଉ ୧୬ ଜୀବନ, ମୃତକଙ୍କ ସଂଖ୍ୟା ୭୮୩ରେ ପହଞ୍ଚିଲା

ଭୁବନେଶ୍ବର:– କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ିବାରେ ଲାଗିଛି । ଏବେ ପୂରା ଓଡ଼ିଶାକୁ ଏମିତି ଭୟ ଘାରିଛି। ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୦୫୪୫୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୯୧୮୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୬୫୪୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୬୨୭୧୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *