ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୮ ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର:-ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୬ ମୃତକଙ୍କ ମଧ୍ୟରୁ ବାଲେଶ୍ବର ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା, ମୟୁରଭଞ୍ଜ, ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, କଟକ, ଢେଙ୍କାନାଳ, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ ଏବଂ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୧୨୬୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୧୭୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ  ୧୭୩୫୭୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୮୧୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୧୫୯୪୦୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *