ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୮୨୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର:-ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।୧୫ ମୃତକଙ୍କ ମଧ୍ୟରୁ ବାଲେଶ୍ବର, ଖୋର୍ଦ୍ଧା, କଟକ ଜିଲ୍ଲାରୁ ୩ ଜଣ ଲେଖାଏଁ, ପୁରୀ ଜିଲ୍ଲାରୁ ୨ ଜଣ, ବଲାଙ୍ଗୀର, ଝାରସୁଗୁଡା, ସୁନ୍ଦରଗଡ ଏବଂ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୧୫୬୭୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୭୨୧୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ  ୧୭୭୫୮୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୮୨୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୨୦୦୮୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *