ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୮୯୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର:- ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।୧୭ ମୃତକଙ୍କ ବାଲେଶ୍ବର, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ ଲେଖାଏଁ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ, ଗଞ୍ଜାମ, ଯାଜପୁର, ମୟୁରଭଞ୍ଜ ଏବଂ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୨୯୩୮୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୪୩୧୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୯୪୧୨୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୯୫୨୬୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *