ରାଜ୍ୟରେ କରୋନା ନେଲା ୧୫ ମୁଣ୍ଡ: ମୃତ୍ୟୁସଂଖ୍ୟା ୯ଶହ ପାର୍
ଭୁବନେଶ୍ବର:- କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ିବାରେ ଲାଗିଛି । ଏବେ ପୂରା ଓଡ଼ିଶାକୁ ଏମିତି ଭୟ ଘାରିଛି। ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯ଶହ ଟପିଛି। ଆଜି ୧୫ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ସଂପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କଟକ ଜିଲ୍ଳାରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ଥିବା ବେଳେ କେନ୍ଦ୍ରାପଡ଼ାରୁ ୨ ଜଣ, ବୌଦ୍ଧ,କେନ୍ଦୁଝର, ଢ଼େଙ୍କାନାଳ, ଜଗତସିଂହପୁର, କୋରାପୁଟ, ମାଲକାନଗିରି ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୁତ୍ୟୁ ହୋଇଛି।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨ ଲକ୍ଷ ୩୨ ହଜାର ୭୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୩ ହଜାର ୫୫୯ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧ ଲକ୍ଷ ୯୮ ହଜାର ୧୯୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୯୦୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୩୪ ଲକ୍ଷ ୪୦ ହଜାର ୮୩୫ ସାମ୍ପୁଲ ଟେଷ୍ଟ୍ ହୋଇଛି।