ରାଜ୍ୟରେ କରୋନା ନେଲା ୧୬ ମୁଣ୍ଡ, ମୃତ୍ୟୁସଂଖ୍ୟା ୯୪୦କୁ ବୃଦ୍ଧି
ଭୁବନେଶ୍ବର:- କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ିବାରେ ଲାଗିଛି । ଏବେ ପୂରା ଓଡ଼ିଶାକୁ ଏମିତି ଭୟ ଘାରିଛି। ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୪୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।ଆଜି ରାଜ୍ୟରେ ୨୬୭୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣ ସଂକ୍ରମିତଙ୍କ ଜୀବନ ନେଇଛି କରୋନା। ସଂପୃକ୍ତ ମୃତକଙ୍କ ମଧ୍ୟରୁ ବାଲେଶ୍ବର ଜିଲ୍ଲାରୁ ସର୍ବାଧିକ ୪ ଜଣ,ଖୋର୍ଦ୍ଧାରୁ ୩ ଜଣ, କଟକରୁ ୨ ଜଣ, ଅନୁଗୁଳ, ବୌଦ୍ଧ, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼ , ପୁରୀ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨ ଲକ୍ଷ ୩୮ ହଜାର ୦୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୦ ହଜାର ୬୧୦ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨ ଲକ୍ଷ ୦୬ ହଜାର ୪୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୯୪୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୩୫ ଲକ୍ଷ ୨୪ ହଜାର ୨୪୨ ସାମ୍ପୁଲ ଟେଷ୍ଟ୍ ହୋଇଛି।