ରାଜ୍ୟରେ ୧୬କରୋନା ସଂକ୍ରମିତଙ୍କ ମୃତ୍ୟୁ, ୯୭୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
ଭୁବନେଶ୍ବର:-ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୬ ମୃତକଙ୍କ ମଧ୍ୟରୁ ବାଲେଶ୍ୱର, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଳାହାଣ୍ଡି, ମୟୁରଭଞ୍ଜ, ନୟାଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଝାରସୁଗୁଡା, ସୁନ୍ଦରଗଡରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୪୪୧୪୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୪୪୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୧୩୬୭୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯୭୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୬୧୯୫୦୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।