ରାଜ୍ୟରେ ୧୫କରୋନା ସଂକ୍ରମିତଙ୍କ ମୃତ୍ୟୁ,

ଭୁବନେଶ୍ବର:-ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୦୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୪୯୬୯୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୨୪୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୨୦୩୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୭୧୦୫୯୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *