ପୃଥ୍ୱୀ-୨ କ୍ଷେପଣାସ୍ତ୍ରର ରାତ୍ରକାଳୀନ ପରୀକ୍ଷଣ ସଫଳ

ବାଲେଶ୍ୱର:- ପୃଥ୍ୱୀ-୨ କ୍ଷେପଣାସ୍ତ୍ରର ରାତ୍ରକାଳୀନ ପରୀକ୍ଷଣ ସଫଳ ହୋଇଛି। ବାଲେଶ୍ୱର ଚାନ୍ଦିପୁର ୩ ନମ୍ବର ଲଞ୍ଚପ୍ୟାଡରୁ ଏହାର ପରୀକ୍ଷଣ କରାଯାଇଛି। ଆଜି ସଂଧ୍ୟା ସାଢେ ୭ଟା ସମୟରେ ଏହାର ପରୀକ୍ଷଣ କରାଯାଇଥିଲା। ପରୀକ୍ଷଣ ସଫଳ ହୋଇଥିବା ନେଇ ଡିଆର୍‌ଡିଓ ପକ୍ଷରୁ ସୂଚନା ଦିଆଯାଇଛି।ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଇପାରୁଥିବା ମଧ୍ୟମ ଦୂରଗାମୀ ବାଲିଷ୍ଟିକ କ୍ଷେପଣାସ୍ତ୍ର ହେଉଛି ପୃଥ୍ୱୀ-୨।  ଏହି କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ରହିଛି ୩୫୦ କିଲୋମିଟର। ୧ ହଜାର କେଜିର ଆଣବିକ ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ପୃଥ୍ୱୀ-୨ର ରହିଛି। ସ୍ୱଦେଶୀ ଜ୍ଞାନ କୌଶଳରେ ନିର୍ମିତ ଏହି କ୍ଷେପଣାସ୍ତ୍ରକୁ ଭାରତୀୟ ଷ୍ଟ୍ରାଟେଜିକ କମାଣ୍ଡ ଫୋର୍ସର ସ୍ୱତନ୍ତ୍ର ଯବାନମାନେ ପରୀକ୍ଷା କରିଥିଲେ। ଏହି ସମୟରେ ଚାନ୍ଦିପୁର ପରୀକ୍ଷଣ କେନ୍ଦ୍ରରେ DRDO ବରିଷ୍ଠ ବୈଜ୍ଞାନିକମାନେ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *