ରାଜଧାନୀରୁ ଆଉ ୨୧୬ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୦୭

ଭୁବନେଶ୍ୱର:-ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୨୧୬  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୬୯୯୫ରେ ପହଞ୍ଚିଛି । ଶନିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୫୫ ଜଣ ରହିଥିବା ବେଳେ ୧୬୧ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୦୭ ଜଣ ଆରୋଗ୍ୟ ଲାଭ କରିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୯୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୧୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୩୮୩୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୩୩ ଜଣଙ୍କର ମୃତ୍ୟୁ ହୋଇଛି ।

Leave a Reply

Your email address will not be published. Required fields are marked *