ରାଜଧାନୀରୁ ଆଉ ୨୨୯ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୦୮

ଭୁବନେଶ୍ୱର:-ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୨୨୯  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୭୬୭୦ରେ ପହଞ୍ଚିଛି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୪୭ ଜଣ ରହିଥିବା ବେଳେ ୧୮୨ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୦୮ ଜଣ ଆରୋଗ୍ୟ ଲାଭ କରିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୭୬୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୭୪୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୪୭୫୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୪୨ ଜଣଙ୍କର ମୃତ୍ୟୁ ହୋଇଛି ।

Leave a Reply

Your email address will not be published. Required fields are marked *