ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୧୮୧ରେ ପହଞ୍ଚିଲା ମୋଟ୍ ମୃତକଙ୍କ ସଂଖ୍ୟା
ଭୁବନେଶ୍ବର:-ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୮୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୩ ମୃତକଙ୍କ ମଧ୍ୟରୁ ମୟୁରଭଞ୍ଜ ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୩ ଜଣ ଲେଖାଏଁ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ଅନୁଗୋଳ, ନୂଆପଡା ଏବଂ ବଲାଙ୍ଗୀର ଜିଲ୍ଲାରୁ ଜଣେ ଲେଖାଏଁ ରହିଛି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୭୪୧୮୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୦୭୫୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୫୨୧୯୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧୮୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୧୫୯୩୯୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।