ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୨୯ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର:- ରାଜ୍ୟରେ ଖସିବାରେ ଲାଗିଛି କରୋନା ଗ୍ରାଫ୍ । ୨୪ ଘଣ୍ଟା ମଧ୍ୟରେ ୧୬୯୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ମୟୁରଭଞ୍ଜ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୋଳ, ବାଲେଶ୍ବର, ବରଗଡ, ଭଦ୍ରକ, ଗଜପତି, ଝାରସୁଗୁଡା, କନ୍ଧମାଳ, ପୁରୀ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୭୯୫୮୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୮୮୮୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୫୯୪୧୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୨୨୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୨୮୦୨୭୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *