ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
ଭୁବନେଶ୍ବର;-ରାଜ୍ୟରେ ଖସିବାରେ ଲାଗିଛି କରୋନା ଗ୍ରାଫ୍ । ୨୪ ଘଣ୍ଟା ମଧ୍ୟରେ ୧୨୪୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୩ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ନୂଆପଡା ଜିଲ୍ଲାରୁ ୩ ଜଣ, ଝାରସୁଗୁଡା, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ମାଲକାନଗିରି ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୩୯୪୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୫୧୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୬୬୧୦୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୩୮୫୨୫୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।