ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର ;-ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ତେବେ ୨୪ ଘଣ୍ଟା ମଧ୍ୟରେ ୧୨୪୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୩୯୪୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୨୯ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୧୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୯ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩ଜଣ, ବରଗଡ଼ ଜିଲ୍ଲାରୁ ୩୨ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୮ଜଣ, ବୌଦ୍ଧ ଜିଲ୍ଲାରୁ ୩୭ଜଣ, କଟକ ଜିଲ୍ଲାରୁ ୧୦୫ଜଣ, ଦେଓଗଡ଼ ଜିଲ୍ଲାରୁ ୧୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୦ଜଣ, ଗଞ୍ଜାମ ଜିଲ୍ଲାରୁ ୧୭ଜଣ, ଜଗତସିଂହପୁର ଜିଲ୍ଲାରୁ ୫୪ଜଣ, ଯାଜପୁର ଜିଲ୍ଲାରୁ ୩୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୫ଜଣ, କଳାହାଣ୍ଡି ଜିଲ୍ଲାରୁ ୪୦ଜଣ, କନ୍ଧମାଳ ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୯ଜଣ, କେନ୍ଦୁଝର ଜିଲ୍ଲାରୁ ୪୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୬ଜଣ, କୋରାପୁଟ ଜିଲ୍ଲାରୁ ୨୬ଜଣ, ମାଲକାନଗିରି ଜିଲ୍ଲାରୁ ୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୩୮ଜଣ, ପୁରୀ ଜିଲ୍ଲାରୁ ୨୨ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୪ଜଣ, ସୋନପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୬ଜଣ, ଷ୍ଟେଟ ପୁଲ୍‌ରୁ ୨୯ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୩୯୪୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୫୧୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୬୬୧୦୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୩୮୫୨୫୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *