ରାଜ୍ୟରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର:- ରାଜ୍ୟରେ କରୋନାରେ ଆଉ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୫୪ରେ ପହଞ୍ଚି ଯାଇଛି।

ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୩ ମୃତକଙ୍କ ମଧ୍ୟରୁ ମୟୁରଭଞ୍ଜ, ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ, ଖୋର୍ଦ୍ଧା, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବାଲେଶ୍ବର, ବରଗଡ ଏବଂ କେନ୍ଦୁଝରରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୩୭୮୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨୫୮୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୯୬୮୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୪୫୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୦୨୭୯୫୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *