ରାଜ୍ୟରେ କରୋନାରେ ଆଉ ୧୭ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର :-ରାଜ୍ୟରେ କରୋନାରେ ଆଉ ୧୭ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୬୦ରେ ପହଞ୍ଚି ଯାଇଛି।
ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ୪ ଜଣ ଥିବା ବେଳେ ସମ୍ବଲପୁରରୁ ୩ ଜଣ ଅଛନ୍ତି। ଜଗତସିଂହପୁର, ସୁବର୍ଣ୍ଣପୁର ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ଭୁବନେଶ୍ୱର, ଭଦ୍ରକ, ବରଗଡ଼, ପୁରୀ, ଗଞ୍ଜାମ ଓ କଟକ ଜିଲ୍ଲାରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।