କରୋନାର ଦୈନିକ ସଂକ୍ରମଣରେ ପୁଣି ବୃଦ୍ଧି, ଗତ ୨୪ଘଣ୍ଟାରେ ୪୫୫୭୬ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ:- ଦେଶରେ କରୋନା ସଂକ୍ରମଣରେ ପୁଣି ଥରେ ବୃଦ୍ଧି ଘଟିଛି । କିଛି ଦିନ ଧରି ଦୈନିକ ସଂକ୍ରମଣ କମିବା ପରେ  ପୁଣି ଥରେ ଏଥିରେ ବୃଦ୍ଧି ଘଟିଛି । ବୁଧବାର ଦିନ ୩୮,୬୧୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗତ ୨୪ଘଣ୍ଟାରେ ୪୫,୫୭୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୁଣି ଥରେ ସଂକ୍ରମଣ ବଢିବା ସରକାରଙ୍କୁ ଚିନ୍ତାର ପକାଇଛି । ସେହିପରି ଦେଶରେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୮୩ଲକ୍ଷ ପାର୍‌ ହୋଇଛି ।

କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁସାରେ, ଦେଶରେ ଗତ ୨୪ଘଣ୍ଟା ମଧ୍ୟରେ କରୋନା ଭାଇରସରେ ୪୫,୫୭୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୮୫ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ୮୯,୫୮,୪୮୪ଜଣ କରୋନାର ଶୀକାର ହୋଇସାରିଛନ୍ତି । ଦେଶରେ ଆକ୍ଟିଭ୍‌ କେସ୍‌ ୫ଲକ୍ଷ ତେଳ ରହିଛି । ବର୍ତ୍ତମାନ ଦେଶରେ ଆକ୍ଟିଭ୍‌ କେସ୍‌ ୪,୪୩,୩୦୩ରେ ରହିଛି । ଗତ ୨୪ଘଣ୍ଟାରେ ଏହି ସଂଖ୍ୟାରେ  ୩,୫୦୨ କମ୍‌ ଆସିଛି ।

ସେହିପରି ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୮୩,୮୩,୬୦୩ରେ ପହଞ୍ଚିଛି । ଗତ ୨୪ଘଣ୍ଟାରେ  ୪୮,୪୯୩ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଦେଶରେ କରୋନାରେ ବର୍ତ୍ତମାନ ପର୍ଯ୍ୟନ୍ତ ୧,୩୧,୫୭୮ଜଣ ଲୋକଙ୍କ ମୃତ୍ୟୁ ହୋଇସାରିଛି । ଖାସ୍‌ କରି ଦିଲ୍ଲାରେ ବଢୁଥିବା କରୋନା କେସ୍‌ ବର୍ତ୍ତମାନ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି ।

Leave a Reply

Your email address will not be published. Required fields are marked *