ସକାଳୁ ହାଲୁକା ଶୀତ ସାଙ୍ଗକୁ ଘନ କୁହୁଡିର ଆସ୍ତରଣ , କିଛି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର:-ସକାଳୁ ସକାଳୁ ହାଲୁକା ଶୀତ ସାଙ୍ଗକୁ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡିର ଆସ୍ତରଣ । ଆସନ୍ତା ୪୮ଘଣ୍ଟା ମଧ୍ୟରେ ରାଜ୍ୟର ୧୨ଟି ଜିଲ୍ଲାରେ କୁହୁଡ଼ି ଦେଖାଦେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ସେହିପରି ଆସନ୍ତା ଦୁଇ ଦିନ ଧରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ସୁନ୍ଦରଗଡ଼, ଢ଼େଙ୍କାନାଳ, ଅନୁଗୋଳ, କନ୍ଧମାଳ ଓ ମୟୂରଭଞ୍ଜରେ କୁହୁଡ଼ି ଦେଖାଦେବ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଆସନ୍ତା ୨୪ଘଣ୍ଟାରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଭୋର ସମୟରେ କୁହୁଡ଼ି ଲାଗିରହିବ। ୨୧ ତାରିଖରେ ନୂଆପଡ଼ା, ନବରଙ୍ଗପୁର, ପୁରୀ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କେନ୍ଦୁଝର, ମୟୂରଭଞ୍ଜ ଏବଂ ୨୨ରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡିରେ ସ୍ବଳ୍ପରୁ ମଧ୍ୟମ ବର୍ଷାର ସମ୍ଭାବନା ରହିଛି। ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ପାଗ ଶୁଖିଲା ରହିବ। ଆସନ୍ତା ୩ଦିନ ପାଇଁ ରାଜ୍ୟର ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ।

Leave a Reply

Your email address will not be published. Required fields are marked *