ରାଜ୍ୟପାଳଙ୍କ ପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ବିଧାନସଭାରେ ଶୋକ,ଅପରାହ୍ନ ୩ଟା ଯାଏଁ ଗୃହ ମୁଲତବୀ
ଭୁବନେଶ୍ୱର:-ବିଧାନସଭାର ଶୀତ ଅଧିବେଶନର ଆଜି ୪ର୍ଥ ଦିନ । ରାଜ୍ୟପାଳଙ୍କ ପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରସ୍ତାବକୁ ସମର୍ଥନ କରିଥିଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ । ବିଧାନସଭାରେ ବରିଷ୍ଠ ସଦସ୍ୟଙ୍କ ଶୋକ ପରେ ସୁଶୀଳା ଦେବୀଙ୍କ ସମ୍ମାନରେ ଗୃହକୁ ୩ଟା ଯାଏ ମୁଲତବୀ ରଖିଲେ ବାଚସ୍ପତି ।
ସୂଚନାଯୋଗ୍ୟ ଯେ, ଆଜି ଓଡିଶା ରାଜ୍ୟପାଳ ଶ୍ରୀ ଗଣେଶୀ ଲାଲଙ୍କ ପତ୍ନୀଙ୍କ ପରଲୋକ ହୋଇଛି । ରାଜ୍ୟପାଳଙ୍କ ପତ୍ନୀ ସୁଶୀଳା ଦେବୀ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ସୁଶୀଳା ଦେବୀ ଗତ ନଭେମ୍ବର ୧ ତାରିଖରେ କରୋନା ସଂକ୍ରମିତ ହୋଇଥିଲେ । ଏହାପରେ ତାଙ୍କର ଚିକିତ୍ସା ଜାରି ରହିଥିଲା । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା । ତେବେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ରବିବାର ବିଳମ୍ବିତ ରାତ୍ରରେ ପରଲୋକ ଘଟିଛି। ସୁଶିଳା ଦେବୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବରିଷ୍ଠ ରାଜନେତା ଶୋକବ୍ୟକ୍ତ କରିଛନ୍ତି ।