ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୭୧ରେ ପହଞ୍ଚିଲା
ଭୁବନେଶ୍ବର:- ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୬୪୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୫୨୭୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୮୨୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୦୬୭୨୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୬୪୨୪୦୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।










