ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୩୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
ଭୁବନେଶ୍ବର:-ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୫୫୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୧୨ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ଅନୁଗୋଳ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ଢେଙ୍କାନାଳ, ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୭୭୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୨୫୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୦୯୭୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୭୩୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୮୧୯୫୮୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।