ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର:-ଆସନ୍ତା ୩ ଦିନ ପାଇଁ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଲହରି ଜାରି ରହିବ। ଆଗାମୀ ୨୪ ଘଣ୍ଟାରେ ୫ ଜିଲ୍ଲାରେ ପ୍ରବଳ ଶୀତ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୧୧ ଜିଲ୍ଲା ପାଇଁ ମଧ୍ୟ ସମାନ ପରିସ୍ଥିତି ରହିବ। କୋରାପୁଟ, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ବୌଦ୍ଧ, ସୋନପୁରକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କଟକ, ଢ଼େଙ୍କାନାଳ, କେନ୍ଦୁଝର, ବାଲେଶ୍ୱର, ଦେବଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉପକୂଳବର୍ତ୍ତୀ ଜିଲ୍ଲାରେ ତାପମାତ୍ରା ରାତିରେ ୩ରୁ ୪ ଡିଗ୍ରୀ କମିବା ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।