ବିମାନବନ୍ଦରରେ ବିଦେଶ ଫେରନ୍ତାଙ୍କ କରୋନା ଟେଷ୍ଟ ବାଧ୍ୟ
ଭୁବନେଶ୍ୱର:-ଏଣିକି ବିଦେଶ ଫେରନ୍ତାଙ୍କ କରୋନା ଟେଷ୍ଟ ବାଧ୍ୟତାମୂଳକ । ଭୁବନେଶ୍ୱର ବିମାନନ୍ଦରରେ ଏନେଇ ନୂଆ ଏସ୍ଓପି ଜାରି ହୋଇଛି । କରୋନାର ନୂଆ ଷ୍ଟ୍ରେନକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସତର୍କତା କରାଯାଇଛି ।
ଲକ୍ଷଣ ଥିବା ୫୫ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତ ଯାତ୍ରୀଙ୍କ ଆଣ୍ଟିଜେନ୍ ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି । ବିଦେଶ ଫେରନ୍ତା ଯାତ୍ରୀଙ୍କ ସମ୍ପର୍କରେ ସୂଚନା ଦେବାକୁ ସମସ୍ତ ବିମାନ ସେବା ପ୍ରଦାନକାରୀ ସଂସ୍ଥାକୁ ଏୟାରପୋର୍ଟ ନିର୍ଦ୍ଦେଶକ ନିର୍ଦ୍ଦେଶ ଦେଇଛନ୍ତି । ବିମାନବନ୍ଦରର ଟର୍ମିନାଲ୍ ପରିସରରେ ବିଏମସି ପକ୍ଷରୁ ସ୍ୱତନ୍ତ୍ର କିଓସ୍କରେ ଯାତ୍ରୀଙ୍କ ଯାଞ୍ଚ କରାଯିବାକୁ ନିର୍ଦ୍ଦେଶ ଜାରି ହୋଇଛି।
ବର୍ତମାନ ଭୁବନେଶ୍ୱରକୁ ଆନ୍ତର୍ଜାତୀୟ ବିମାନ ସେବା ବନ୍ଦ ଅଛି । ପ୍ରତ୍ୟେକ ଦିନ ପ୍ରାୟ ୨୭ଟି ବିମାନ ଆସୁଛି ଓ ୨୭ଟି ବିମାନ ଭୁବନେଶ୍ୱରରୁ ଯାଉଛି ।