ବର୍ଷା ମହିଳା କମିଶନଙ୍କ ଦ୍ୱାରସ୍ଥ

ଭୁବନେଶ୍ୱର: ପାରିବାରିକ ବିବାଦ ନେଇ ଆଜି ମହିଳା କମିଶନର ଦ୍ୱାରସ୍ଥ ହୋଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ତାଙ୍କ ବାପାମା’ଙ୍କୁ ମଧ୍ୟ ହାଜର ହେବାକୁ ନୋଟିସ ହୋଇଛି । କିନ୍ତୁ ତାଙ୍କର କୌଣସି ଦେଖା ନାହିଁ। ଘରୋଇ ହିଂସାକୁ ନେଇ ପୂର୍ବରୁ ବର୍ଷା ମହିଳା କମିଶନଙ୍କ ନିକଟରେ ଅଭିଯୋଗ କରିଥିଲେ। ବର୍ଷାଙ୍କ ଅଭିଯୋଗକୁ ଭିତ୍ତି କରି ମହିଳା କମିଶନ ଅନୁଭବଙ୍କ ସମେତ ତାଙ୍କ ବାପା ଓ ମା’ଙ୍କୁ ନୋଟିସ୍ କରିଥିଲେ। ୨୯ ତାରିଖରେ ସମସ୍ତେ ବ୍ୟକ୍ତିଗତ ଭାବେ ହାଜର ହେବେ ଏବଂ ନିଜ ନିଜର ପକ୍ଷ ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ପାରିବାରିକ ବିବାଦକୁ ନେଇ ବର୍ଷା ପୁରୀଘାଟ ଥାନାରେ ଅନୁଭବ ଓ ତାଙ୍କର ଆଉ ୨ ସହଯୋଗୀଙ୍କ ନାଁରେ ଅଭିଯୋଗ କରିଥିଲେ। କୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଅନୁଭବ ତାଙ୍କୁ ଘରେ ରହିବାକୁ ଦେଉ ନଥିବା ତଥା ତାଙ୍କ ରୁମ୍‌ରେ ତାଲା ପକାଇ ତାଙ୍କୁ ଘଣ୍ଟାଏରୁ ଅଧିକ ସମୟ ବାହାରେ ଛିଡ଼ା କରାଇ ଦେଇଥିବା ଭଳି ଅଭିଯୋଗ ଆଣିଥିଲେ ବର୍ଷା।

Leave a Reply

Your email address will not be published. Required fields are marked *