Suresh-Mohapatra nationsbyte

ଦାୟିତ୍ୱ ନେଲେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର

ଭୁବନେଶ୍ୱର: ସୁରେଶ ଚନ୍ଦ୍ର ମହାପାତ୍ର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଇଛନ୍ତି । ୨୦୨୨ ଫେବ୍ରୁଆରୀ ୨୮ ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱରେ ରହିବେ । ୧୯୮୬ ବ୍ୟାଚର ଆଇଏଏସ ଅଫିସର ହେଉଛନ୍ତି ସୁରେଶ । ପ୍ରଶାସନିକ ସ୍ତରରେ ଜଣେ ପ୍ରଭାବୀ ଅଫିସର ଭାବେ ଜଣାଶୁଣା ସୁରେଶ ମହାପାତ୍ର ୧୯୮୮ ମସିହାରେ ଉପଜିଲ୍ଲାପାଳ ଭାବେ କ୍ୟାରିଅର ଆରମ୍ଭ କରିଥିଲେ । ଭଦ୍ରକ, ପୁରୀ ଓ କନ୍ଧମାଳର ଜିଲ୍ଲାପାଳ ଭାବେ କାର୍ଯ୍ୟ କରିଛନ୍ତି । ୧୯୯୯ ମହାବାତ୍ୟା ସମୟରେ ତାଙ୍କୁ ବାତ୍ୟା ପରବର୍ତ୍ତୀ ସ୍ଥିତିର ମୁକାବିଲା ପାଇଁ ଭଦ୍ରକ ଦାୟିତ୍ୱ ଦିଆଯାଇଥିଲା । ୧୯୯୭ରେ ତାଙ୍କୁ ଓମଫେଡର ଦାୟିତ୍ବ ମିଳିଥିଲା । ଶକ୍ତି ଓ ଜଳସମ୍ପଦ ବିଭାଗରେ ସେ ବିଭିନ୍ନ ସମୟରେ ସଫଳତାର ସହ କାର୍ଯ୍ୟ କରିଛନ୍ତି । ଏହି ଦୁଇ କ୍ଷେତ୍ରରେ ସଂସ୍କାର ଆଣିବାରେ ସେ ଗୁରୁଦାୟିତ୍ବ ବହନ କରିଥିଲେ । ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନରେ ମୁଖ୍ୟ ପ୍ରଶାସକ ଭାବେ ସେ ଏକାଧିକ ବାର କାର୍ଯ୍ୟ ତୁଲାଇଥିବା ବେଳେ ଏବେ କାର୍ଯ୍ୟକାରୀ ଅଧ୍ୟକ୍ଷ ଅଛନ୍ତି । ସେ ଜଙ୍ଗଲ ଓ ପରିବେଶ ବିଭାଗର ପ୍ରମୁଖ ସଚିବ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି । ୨୦୧୯ ଅଗଷ୍ଟ ୧୮ ତାରିଖରେ ତାଙ୍କୁ ଉନ୍ନୟନ କମିଶନର ଭାବେ ଅବସ୍ଥାପିତ କରାଯାଇଥିଲା ।

Leave a Reply

Your email address will not be published. Required fields are marked *