nationsbyte

ମକରରେ ଶ୍ରୀଜୀଉଙ୍କ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ: ଆଜି ପବିତ୍ର ମକର ସଂକ୍ରାନ୍ତି । ଏନେଇ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ଶ୍ରୀଜୀଉଙ୍କ ମଙ୍ଗଳ ଆଳତି ଓ ଅବକାଶ ନୀତି ବଢ଼ିବା ପରେ ଶ୍ରୀଜିଉଙ୍କ ପଟା ପହରଣ ଲାଗି କରାଯାଇଛି । ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହୋଇଛି । କର୍ପୂର ଲାଗି ହୋଇ ଶ୍ରୀବିଗ୍ରହମାନଙ୍କର ବେଶ କରାଯାଇଛି ।

ସେହିପରି ଗୋପାଳବଲ୍ଲଭ ଓ ସକାଳ ଧୂପ ନୀତି ବଢ଼ିବା ପରେ ମଇଲମ, ମହାସ୍ନାନ, ସର୍ବାଙ୍ଗ ଲାଗି, ନୂଆଲୁଗା ଲାଗି, ମାଳଚୂଳ ଲାଗି ହେବା ପରେ ୬ ମୂର୍ତ୍ତି ଅଳଙ୍କାର ଲାଗି ହୋଇ ମକରବେଶ ଅନୁଷ୍ଠିତ ହୋଇଛି । ଗତକାଲି ଠାରୁ ଭୋଗମଣ୍ଡପ ଘରେ ଶୁଦ୍ଧପୂତ ଭାବେ ଅଧିବାସ ହୋଇ ରଖାଯାଇଥିବା ମକରଚାଉଳକୁ ପତ୍ରିବଡ଼ୁ ସେବକ ମୁହଁରେ ବାଘମୁହାଁ ବାନ୍ଧି ଘଣ୍ଟ, ଛତା, କାହାଳୀ ପଟୁଆରରେ ମୁଖ୍ୟ ମନ୍ଦିରକୁ ତିନିଥର ପରିକ୍ରମା କରି ତିନି ବାଡ଼ରେ ତିନି ପୂଜାପଣ୍ଡା ପଞ୍ଚୋପଚାରରେ ମଣୋହି କରିବେ ।

Leave a Reply

Your email address will not be published. Required fields are marked *