ନବୀନ ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନବୀନ ପୁଣି ନମ୍ବର ୱାନ୍ । ଦେଶର ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହେଉଛନ୍ତି ନବୀନ ପଟ୍ଟନାୟକ । ସି-ଭୋଟର ଓ ଏବିପି ଦେଶ୍ କା ମୁଡ୍ ସର୍ଭରୁ ଏହା ଜଣାପଡ଼ିଛି । ଦେଶର ୩୧ ମୁଖ୍ୟମନ୍ତ୍ରୀଙ୍କୁ ନେଇ ହୋଇଥିବା ସର୍ଭେରେ ସମସ୍ତଙ୍କୁ ପଛରେ ପକାଇଛନ୍ତି ନବୀନ ।

ସର୍ଭେ ଅନୁସାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ । ନବୀନଙ୍କ ପରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ । ତୃତୀୟରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ ଥିବାବେଳେ ଚତୁର୍ଥରେ କେରଳ ମୁଖ୍ୟମନ୍ତ୍ରୀ ପି.ବିଜୟନ, ପଞ୍ଚମରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରହିଛନ୍ତି । ଷଷ୍ଠ ସ୍ଥାନରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ, ସପ୍ତମରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଥିବାବେଳେ ଅଷ୍ଟମ ସ୍ଥାନରେ ଅଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ଚୌହାନ । ପୂର୍ବରୁ ଅନେକ ସର୍ଭେରେ ସମସ୍ତଙ୍କୁ ପଛରେ ପକାଇ ନବୀନ ଏକ ନମ୍ବର ହୋଇଥିବା ବେଳେ ଏବେବି ନବୀନଙ୍କ ଲୋକପ୍ରିୟତା ପୂର୍ବଭଳି ବଜାୟ ରହିଛି ।

Leave a Reply

Your email address will not be published. Required fields are marked *