ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୪୩ କୋଭିଡ୍ ସଂକ୍ରମିତ, ୩୩୩୮୬୬ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର :-ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୮୬୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୧୩ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୨୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୧୭ଜଣ, ଷ୍ଟେଟ୍‌ ପୁଲ୍‌ରୁ ଜଣେ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୩୮୬୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୮୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୦୩୨୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୪୭୭୭୫୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *