ବନ୍ୟଜନ୍ତୁଙ୍କ ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ଲାଗି ଯୁବକଙ୍କ ମୃତ୍ୟୁ
ଅନୁଗୁଳ:- ବନ୍ୟଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ। ଅନୁଗୁଳ ଜିଲ୍ଲା ବନ୍ତ ଥାନା ଅନ୍ତର୍ଗତ କନ୍ତମେଘ ଗାଁରେ ଏଭଳି ଦୁଃଖଦ ଘଟଣା ଘଟିଛି। ଜନ୍ତୁ ଶିକାର ଲାଗି ବିଛା ଯାଇଥିବା ବିଦ୍ୟୁତ ତାର ଲାଗି ଯୁବକଙ୍କ ଜୀବନ ମୃତ୍ୟୁ ହୋଇଥିବା ପ୍ରାଥମିକ ରିପୋର୍ଟରୁ ଜଣାପଡିଛି।
ମୃତକ ହେଲେ କନ୍ତମେଘ ଗାଁର ମୋହନ ରାଜପୁତ। ପିଆଜ ଚାଷ ଜମିରେ ପାଣି ମଡାଇବା ବେଳେ ବିଦ୍ୟୁତ ତାର ଲାଗିଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହି ଘଟଣା ସଂପର୍କରେ ଜାଣିବା ପରେ ବନ୍ତଳା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ସୃଷ୍ଟି ହୋଇଥିବା ସୂଚନା ମିଳିଛି। ମୋହନଙ୍କ ମୃତ୍ୟୁ ପରେ ପରିବାର ଲୋକେ ଦୁଃଖରେ ଭାଙ୍ଗି ପଡିଛନ୍ତି।