ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ସବୁଠାରୁ ବେଶି ପ୍ରଭାବିତ ହେବ: IMD ଡିଜି
ଭୁବନେଶ୍ୱର:-ବାତ୍ୟାର ସ୍ଥିତି ଓ କ୍ଷୟକ୍ଷତି ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ଆକଳନ। ଧାମରା ଓ ଚାନ୍ଦବାଲିରେ ସବୁଠାରୁ ବେଶି କ୍ଷତି ଘଟାଇବ। ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ସବୁଠାରୁ ବେଶି ପ୍ରଭାବିତ ହେବ। ବାଲେଶ୍ୱର ଓ ଭଦ୍ରକରେ ସମୁଦ୍ରରେ ୨ରୁ ୪ ମିଟର ଜୁଆର ଆସିବ।
କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ୨ ମିଟର ଜୁଆର ଆସିବ। ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାରେ ବି ପ୍ରଭାବ ରହିବ। ୨୬ ତାରିଖ ସକାଳୁ ବାତ୍ୟାର ପ୍ରଭାବ ଉପକୂଳରେ ପଡ଼ିବ। ଆଜି ସନ୍ଧ୍ୟା ସୁଦ୍ଧା ୟାସ୍ ଅତି ଭୀଷଣ ବାତ୍ୟାରେ ପରିଣତ ହେବ।