ରାଜ୍ୟରେ ଆଉ ୪୮୨୯ କରୋନା ଆକ୍ରାନ୍ତ ଚିହ୍ନଟ,

ଭୁବନେଶ୍ୱର :-ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୮୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୪୪୮ ଜଣ ଅଛନ୍ତି। ସେହିପରି ୨୮୨୩ ଜଣ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୨୦୦୬ଟି ହେଉଛି ଲୋକାଲ୍ କେସ୍‌।ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୩୩ ଜଣ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୮୬୯, ସମ୍ବଲପୁରରୁ ୬୪୪, କଟକରୁ ୪୦୧ ଓ ବାଲେଶ୍ୱରରୁ ୨୧୦ ଜଣ ପଜିଟି ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳ ଜିଲ୍ଲାରୁ ୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୮୪, ଭଦ୍ରକରୁ ୬୯, ବଲାଙ୍ଗିରରୁ ୧୦୪, ବୌଦ୍ଧରୁ ୬, ଦେବଗଡ଼ରୁ ୧୯, ଢେଙ୍କାନାଳରୁ ୨୩, ଗଜପତିରୁ ୩୨, ଗଞ୍ଜାମରୁ ୪୯, ଜଗତସିଂହପୁରରୁ ୪୬, ଯାଜପୁରରୁ ୬୬, ଝାରସୁଗୁଡ଼ାରୁ ୧୮୯, କଳାହାଣ୍ଡିରୁ ୪୮, କନ୍ଧମାଳରୁ ୮, କେନ୍ଦ୍ରାପଡ଼ାରୁ ୨୪, କେନ୍ଦୁଝରରୁ ୬୩, କୋରାପୁଟରୁ ୭୭, ମାଲକାନଗିରିରୁ ୧୧, ମୟୂରଭଞ୍ଜରୁ ୧୬୨, ନବରଙ୍ଗପୁରରୁ ୮୫, ନୟାଗଡ଼ରୁ ୨୪, ନୂଆପଡ଼ାରୁ ୫୧, ପୁରୀରୁ ୧୩୦, ରାୟଗଡ଼ାରୁ ୮୨ ଓ ସୋନପୁରରୁ ୩୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୨୧୯ ଜଣ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭୫ ହଜାର ୬୯୮କୁ ବୃଦ୍ଧି ପାଇଥିବା ବେଳେ ୧୦ ଲକ୍ଷ ୪୬ ହଜାର ୬୧୭ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୨୦ ହଜାର ୫୬୦ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ଏଯାବତ ରାଜ୍ୟରେ ୮୪୬୮ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି।

Leave a Reply

Your email address will not be published. Required fields are marked *