ରାଜଧାନୀରେ ବିଚ୍ ରାସ୍ତାରେ ଯୁବକଙ୍କୁ ଛୁରୀ ମାରି ହତ୍ୟା

ଭୁବନେଶ୍ଵର:-ରାଜଧାନୀରେ ପୁଣି ଏକ ବୀଭତ୍ସ ହତ୍ୟାକାଣ୍ଡ । ବିଚ୍ ରାସ୍ତାରେ ଯୁବକଙ୍କୁ ଛୁରୀ ମାରି ହତ୍ୟା କଲେ ଦୁର୍ବୃତ୍ତ । ତେବେ କେକ୍ ଖାଇବାକୁ ନେଇ ଏହି ଗଣ୍ଡଗୋଳ ହୋଇଥିବା ସୂଚନା ମିଳିଛି । ମିଳିଥିବା ସୂଚନା ମୁତାବକ, ଭୁବନେଶ୍ୱରର ପ୍ରେସ ଛକ ନିକଟରେ ଏହି ହତ୍ୟାକାଣ୍ଡ ଘଟିଛି । ତେବେ ଦୁର୍ବୃତ୍ତମାନେ ଦୁଇ ଜଣ ବ୍ୟକ୍ତିଙ୍କ ଉପରକୁ ଆକ୍ରମଣ କରିଥିବାବେଳେ, ତାଙ୍କୁ ଛୁରା ମାଡ କରିଥିଲେ । ଫଳରେ ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ, ଅନ୍ୟ ଜଣେ ଗୁରୁତର ଥିବା ସୂଚନା ମିଳିଛି । ଘଟଣା ସ୍ଥଳରେ ସହିଦନଗର ଥାନା ପୋଲିସ ପହଞ୍ଚିବା ସହିତ ଛାନଭିନ୍ ଆରମ୍ଭ କରିଛି ।

ସୂଚନା ଅନୁଯାୟୀ, କୌଣସି କଥାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ହୋଇଥିଲା। ପରେ ଉଭୟ ଗୋଷ୍ଠୀ ପରସ୍ପର ଉପରେ ଆକ୍ରମଣ କରିଥିଲେ। ଏହି ସମୟରେ ଛୁରା ମାଡରେ ଜନେ ଯୁବକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତରଙ୍କୁ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ସହିଦନଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ଛାନବିନ୍ ଆରମ୍ଭ କରିଛି।

Leave a Reply

Your email address will not be published. Required fields are marked *