ମାର୍ଚ୍ଚ ୨୫ରୁ ବଜେଟ ଅଧିବେଶନ, ମାର୍ଚ୍ଚ ୩୦ରେ ଉପସ୍ଥାପନ ହେବ ବଜେଟ

ଭୁବନେଶ୍ୱର:-ଆସନ୍ତା ମାର୍ଚ୍ଚ ୨୫ରୁ ଆରମ୍ଭ ହେବ ବିଧାନସଭା ବଜେଟ ଅଧିବେଶନ । ମାର୍ଚ୍ଚ ୨୫ରୁ ମାର୍ଚ୍ଚ ୩୧ ଯାଏଁ ଚାଲିବ ବଜେଟ ଅଧିବେଶନ । ବଜେଟ ଅଧିବେଶନରେ ମୋଟ ୬ଟି କାର୍ଯ୍ୟ ଦିବସ ରହିବ ।ମାର୍ଚ୍ଚ ୨୫ରେ ବିଧାନସଭାରେ ରାଜ୍ୟପାଳ ଅଭିଭାଷଣ ଦେବେ । ମାର୍ଚ୍ଚ ୩୦ରେ ଆଗତ ହେବ ରାଜ୍ୟ ବଜେଟ । ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଉପସ୍ଥାପନ ହେବ ବଜେଟ । ବିଧାନସଭାରେ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ । ମାର୍ଚ୍ଚ ୩୧ରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ କରାଯିବ । ତେବେ ମାର୍ଚ୍ଚ ୨୭ ରବିବାର ପଡୁଥିବାରୁ ଏହି ଦିନ ବିଧାନସଭାର ବଜେଟ ଅଧିବେଶନ ଚାଲିବ ନାହିଁ । ତେବେ ଚଳିତଥର ଆସିବାକୁ ଥିବା ବଜେଟରେ ସରକାର କେଉଁ ନୂଆ ଘୋଷଣା କରୁଛନ୍ତି ଓ କେଉଁ ବିଭାଗ ଉପରେ ଗୁରୁତ୍ୱ ଦିଆଯିବ ତାହା ଉପରେ ସମସ୍ତଙ୍କର ନଜର ରହିବ ।

Leave a Reply

Your email address will not be published. Required fields are marked *