ମେ’ ୨୭ରେ କେରଳ ଛୁଇଁବ ମୌସୁମୀ

ଭୁବନେଶ୍ୱର:-ଚାଷୀଙ୍କ ପାଇଁ ଭଲ ଖବର। ପୂର୍ବବର୍ଷ ଗୁଡ଼ିକ ତୁଳନାରେ ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶୀଘ୍ର କେରଳ ଛୁଇଁବ। ଆସନ୍ତା ୨୭ ତାରିଖରେ ମୌସୁମୀ କେରଳ ଛୁଇଁବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅବଶ୍ୟ ଓଡ଼ିଶାରେ ମୌସୁମୀ କେବେ ଛୁଇଁବ, ସେକଥା କୁହାଯାଇନି। ହେଲେ ସାଧାରଣତଃ କେରଳ ଛୁଇଁବାର ୧୦ ଦିନ ଭିତରେ ମୌସୁମୀ ଓଡ଼ିଶାରେ ପ୍ରବେଶ କରିଥାଏ। ତେଣୁ ଓଡ଼ିଶାରେ ମୌସୁମୀ ଜୁନ୍‌ ପ୍ରଥମ ସପ୍ତାହରେ ପ୍ରବେଶ କରିବାର ଯଥେଷ୍ଟ ସମ୍ଭାବନା ରହିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଟ୍ୱିଟ କରିଛି ଯେ ଚଳିତ ବର୍ଷ ମେ’ ୨୭ରେ ରେ ଦକ୍ଷିଣ ପଶ୍ଚିମ ମୌସୁମୀ କେରଳ ଛୁଇଁବାର ସମ୍ଭାବନା ରହିଛି। ଏହି ଆକଳନରେ ମଡେଲ ଜନିତ ତ୍ରୁଟି ୪ ଦିନ ଆଗ/ପଛ ହେବାର ସମ୍ଭାବନା ରହିଥିବର କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମେ’ ୧୫ ତାରିଖରେ ଆଣ୍ଡାମାନ ନିକୋବର ଛୁଇଁବାର ଯଥେଷ୍ଟ ସମ୍ଭାବନା ରହିଛି। ଏଥିପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ ରହିଥିବା ଭାରତୀୟ ପାଣିପାଗ ବିଭାଗ ପୂର୍ବରୁ ପୂର୍ବାନୁମାନ କରାଯାଇଛି।ବିଭାଗ କହିଛି ଯେ ସାଧାରଣତଃ ମୌସୁମୀ ଜୁନ ୧ରେ କେରଳ ଛୁଇଁଥାଏ। ଏହାପରେ ପର୍ଯ୍ୟାୟକ୍ରମେ ଦେଶର ବିଭିନ୍ନ ପ୍ରାନ୍ତକୁ ଯାଇଥାଏ। ଏଥର ପାଗ ଅନୁକୂଳ ଥିବାରୁ ମୌସୁମୀ ଆଗୁଆ ଆସିବାର ରହିଛି। ମେ’ ୨୭ରେ ମୌସୁମୀ କେରଳ ଛୁଇଁବାକୁ ଥିବା ବେଳେ ଏଥର ଏହା ସ୍ୱାଭାବିକ ରହିବ।ଏପ୍ରିଲ ୧୪ରେ ମୌସୁମୀ ସ୍ୱାଭାବିକ ରହିବ ବୋଲି ଭାରତୀୟ ପାଣିପାଗ ପ୍ରେସ ବିଜ୍ଞପ୍ତି ଦ୍ୱାରା ସୂଚନା ଦେଇଥିଲା। ବିଭାଗ ପକ୍ଷରୁ କୁହାଯାଇଥିଲା ଯେ ମୌସୁମୀ ପ୍ରଭାବରେ ସମଗ୍ର ଦେଶରେ ୯୬%ରୁ ୧୦୪% ବର୍ଷା ହେବ। ଉତ୍ତର ଭାଗରର ଅଧିକାଂଶ ଅଞ୍ଚଳ, ଏହାକୁ ଲାଗି ରହିଥିବା କେନ୍ଦ୍ରୀୟ ଭାରତୀୟ ଅଞ୍ଚଳ ଓ ଉତ୍ତରପଶ୍ଚିମ ଭାଗର କିଛି ସ୍ଥାନରେ ସ୍ୱାଭାବିକ କିମ୍ବା ତା’ରୁ ଅଧିକ ବର୍ଷା ହୋଇପାରେ।

Leave a Reply

Your email address will not be published. Required fields are marked *