ରାଜ୍ୟରେ ଆଉ ୬୭ କରୋନା ପଜିଟିଭ୍‌ ଚିହ୍ନଟ୍

ଭୁବନେଶ୍ୱର:-ଆଜି ରାଜ୍ୟରେ ଆଉ ୬୭ ଜଣ କରୋନା ପଜିଟିଭ ଚିହ୍ନଟ୍ ହୋଇଛି। ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୬କୁ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ ରେ ସୂଚନା ପ୍ରଦାନ କରାଯାଇଛି।  ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୦ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ଥିବା ବେଳେ ୪ଜଣ ହୋମ କ୍ବାରେଣ୍ଟାଇନ୍ଚି ଥିବା ବେଳେ ୩ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି।ଗଞ୍ଜାମ ଜିଲ୍ଲାରୁ ୭ ଜଣ, ପୁରୀ ଜିଲ୍ଲାରୁ ୧୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୨ ଜଣ, ନୟାଗଡ ଜିଲ୍ଲାରୁ ୧୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଅନୁଗୋଳ ଜିଲ୍ଲାରୁ ୬ ଜଣ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ ଜଣ, ମାଲକାନଗିରି ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ ଏବଂ ନୂଆପଡା ଜିଲ୍ଲାରୁ ଜଣେ ରହିଛନ୍ତି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୮୩୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ୪୯୭ଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୭ ଜଣଙ୍କର ମୃତ୍ୟୁ ହୋଇଛି।

Leave a Reply

Your email address will not be published. Required fields are marked *