ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ ଜିଲ୍ଲାରେ ପ୍ରବଳ ବଢ଼ିପାରେ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର:- ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ ଓଡ଼ିଶାର ୧୧ଟି ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବାର ସମ୍ଭାବନା ।  ସୁବର୍ଣ୍ଣପୁର, ବୌଦ୍ଧ, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ମାଲକାନଗିରି, କଳାହାଣ୍ଡି ଓ ଅନୁଗୁଳ ପ୍ରମୁଖ ୧୧ଟି ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ ରାଜ୍ୟର ଏହି ୧୧ଟି ଜିଲ୍ଲା ପାଇଁ ୟେଲୋ ବା ହଳଦିଆ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।ସବୁଠାରୁ ବଡ଼ କଥା ହେଲା କି, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ରାୟଗଡ଼ା, କୋରାପୁଟ, ଗଜପତି ଓ ମାଲକାନଗିରି ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି । ଆସନ୍ତା ୭ ଦିନ ପର୍ଯ୍ୟନ୍ତ ଅସହ୍ୟ ତାତି ଓ ଗ୍ରୀଷ୍ମ ପ୍ରବାହରେ ଆଉଟୁପାଉଟୁ ହେବ ସମଗ୍ର ଓଡ଼ିଶା । ତେବେ, ଆଗାମୀ ୫ ଦିନ ପାଇଁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବା ସହ ତାତିରୁ ନିସ୍ତାର ନାହିଁ ବୋଲି ସତର୍କ କରାଇଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

Leave a Reply

Your email address will not be published. Required fields are marked *