ଆସିଲା ୬୭ ସଂକ୍ରମିତଙ୍କ ତଥ୍ୟ, ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ପଜିଟିଭ୍

ଭୁବନେଶ୍ବର:-ରାଜ୍ୟରେ ଗୁରୁବାର ୬୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬୬୦ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସମସ୍ତ ୬୭ ସଂକ୍ରମିତଙ୍କ ତଥ୍ୟ ଆସିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ୬୭ ସଂକ୍ରମିତଙ୍କ ମଧ୍ୟରୁ ୬୫ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଦୁଇ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।

ନୟାଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୭ ସଂକ୍ରମିତ ଗୁଜୁରାଟରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ସମ୍ବଲପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୨ ସଂକ୍ରମିତଙ୍କ ମଧ୍ୟରୁ ଜଣେ ଉତ୍ତରପ୍ରଦେଶ ଏବଂ ଜଣେ ଆନ୍ଧ୍ରପ୍ରଦେଶରୁ ଫେରିଥିବା ବେଳେ ଉଭୟ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ବରଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ମହାରାଷ୍ଟ୍ରରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।ସେହିପରି ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୨୬ ସଂକ୍ରମିତଙ୍କ ମଧ୍ୟରୁ ୧୬ ଜଣ ସୁରଟରୁ, ୬ ଜଣ ମହାରାଷ୍ଟ୍ରରୁ, ୩ ଜଣ ତାମିଲନାଡୁରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଜଣେ ସ୍ଥାନୀୟ ଲୋକ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୧ ସଂକ୍ରମିତଙ୍କ ମଧ୍ୟରୁ ୧୦ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଏମାନଙ୍କ ମଧ୍ୟରୁ ୫ ଜଣ ମହାରାଷ୍ଟ୍ରରୁ, ୩ ଜଣ ଗୁଜୁରାଟରୁ ଏବଂ ୨ ଜଣ ପଶ୍ଚିମବଙ୍ଗରୁ ଫେରିଥିଲେ । ଅନ୍ୟ ଜଣେ ସ୍ଥାନୀୟ ଲୋକ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି ।ସେହିପରି ସୋନପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪ ଜଣ ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ ତାମିଲନାଡୁ ଏବଂ ଦୁଇ ଜଣ ମହାରାଷ୍ଟ୍ରରୁ ଫେରିଥିଲେ । ସମସ୍ତେ କ୍ହାରେଣ୍ଚାଇନ୍ ସେଣ୍ଟରରେ ରହିଥିଲେ । ଯାଜପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୧ ଜଣ ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ ପଶ୍ଚିମବଙ୍ଗରୁ, ୨ ଜଣ ଗୁଜୁରାଟରୁ ଏବଂ ଜଣେ ଆନ୍ଧ୍ରପ୍ରଦେଶରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଚାଇନ୍ ସେଣ୍ଟରରେ ରହିଥିଲେ । ବଲାଙ୍ଗୀର ଜିଲ୍ଲାରୁ ଚିହ୍ନଟ ହୋଇଥିବା ଦୁଇ ଜଣ ସଂକ୍ରମିତ ମହାରାଷ୍ଟ୍ରରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

Leave a Reply

Your email address will not be published. Required fields are marked *