ରାଜ୍ୟରେ ଆଉ ୬୭ କରୋନା ପଜିଟିଭ୍ ଚିହ୍ନଟ, ୧୬୬୦କୁ ବୃଦ୍ଧି ପାଇଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର:-ଗୁରୁବାର ରାଜ୍ୟରେ ଆଉ ୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬୬୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ୬୭ ସଂକ୍ରମିତଙ୍କ ମଧ୍ୟରୁ ୬୫ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଦୁଇ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।୬୭ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୬ ଜଣ ସଂକ୍ରମିତ ରହିଥିବା ବେଳେ ଯାଜପୁର ଜିଲ୍ଲାରୁ ୧୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧ ଜଣ, ନୟାଗଡ ଜିଲ୍ଲାରୁ ୭ ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ ଜଣ, ସୋନପୁର ଜିଲ୍ଲାରୁ ୪ ଜଣ ଏବଂ ବରଗଡ ଜିଲ୍ଲାରୁ ଜଣେ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୬୬୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୮୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave a Reply

Your email address will not be published. Required fields are marked *