ଶୁକ୍ରବାର ଠାରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ହ୍ରାସ ପାଇବ ରୌଦ୍ରତାପ

ଭୁବନେଶ୍ୱର:-ଟାଣ ଖରାରୁ ମିଳିପାରେ ଆଶ୍ୱସ୍ତି । ଶୁକ୍ରବାର ଠାରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନର ତାପମାତ୍ରା ଧିରେ ଧିରେ ହ୍ରାସ ପାଇବ ବୋଲି ଆକଳନ କରିଛି ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ।

ଶୁକ୍ରବାର ଓ ଶନିବାର ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରିୀରୁ ଅଧିକା ରହିବାର ସମ୍ଭାବନା ରହିଥିବା ବେଳେ ସୋମବାର ଠାରୁ ତାପମାତ୍ରା ୩୫ ରୁ ୩୭ ଡିଗ୍ରୀ ମଧ୍ୟକୁ ଖସି ଆସିବ ବୋଲି କେନ୍ଦ୍ର ପକ୍ଷରୁ ଏକ ବୁଲେଟିନ୍‌ କୁହାଯାଇଛି ।

ଜୁନ୍‌ ୭ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର ତାପମାତ୍ରା ୩୫ ଡିଗ୍ରୀ ମଧ୍ୟରେ ରହିବ ବୋଲି ସୂଚନା ଦିଆଯାଇଛି । ଅନ୍ୟପଟେ ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ, କନ୍ଧମାଳ, ରାୟଗଡା ଏବଂ କେରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆସନ୍ତା ଶନିବାର ପର୍ଯ୍ୟନ୍ତ କାଳବୈଶାଖୀର ସମ୍ଭାବନା ରହିଛି । ସେହପିରି ମେ ୩୧ ରୁ ଜୁନ୍‌ ୫ ମଧ୍ୟରେ ଓଡ଼ିଶାର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *